ସାନଗୁଣ୍ଡରି ସ୍କୁଲର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ସାନଗୁଣ୍ଡୁରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଦିନ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସାନଗୁଣ୍ଡରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କାର୍ତ୍ତିକ ଚନ୍ଦ୍ର ମଲ୍ଲିକ ଓ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋପାଳଚନ୍ଦ୍ର ଭୋଇଙ୍କ ତତ୍ବାବଧାନରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ସରିଆଁ ହାଇସ୍କୁଲର ପ୍ରଧାନଶିକ୍ଷକ ସାଧୁରାମ ଭୋଇ, ସ୍ଥାନୀୟ ସରପଞ୍ଚ କବିତା ବାଗ, ସମିତି ସଭ୍ୟା ସୁଜାତା ସାହୁ ଓ ସମସ୍ତ ଓ୍ବାର୍ଡ ସଭ୍ୟ ମଞ୍ଚାସୀନ ରହି ମାର୍ଗଦର୍ଶନ ପ୍ରଦାନ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷାବିତ୍ ନିର୍ମଳ ଚନ୍ଦ୍ର ଭୋଇ ଓ ବରିଷ୍ଠ ଶିକ୍ଷକ ଶରତ ଚନ୍ଦ୍ର ଭୋଇ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷିତ ହୋଇଥିଲା। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଫୁଲ୍ଲ କୁମାର ରାଉତ, ଜଗନ୍ନାଥ ମୁର୍ମୁ, ଅମିତୟ ରଇତ, ଡୋଳାମଣି ଶବର, ହେମନ୍ତ କୁମାର ସାହୁ, ଶିକ୍ଷୟତ୍ରୀ ଡୁଲେଶ୍ବରୀ କୁମାର, ଝସନେତ୍ରୀ ପ୍ରଧାନ, ଚନ୍ଦ୍ରିକା ମାଝୀ, ରାଜେଶ୍ବରୀ ଗୁପ୍ତା, ମମତା ସାହୁ ଓ ଲକ୍ଷ୍ମୀପ୍ରିୟା ସାହୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ମୁଖ୍ୟ ଭୂମିକା ନିଭାଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.