ଓଡ଼ିଆ ବାର୍ତ୍ତା/ ବଲାଙ୍ଗିର (ମୁନା ଗୈାଡ): ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପୁଇଁତଳା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୨୬ ଗୋଟି ଅଭିଯୋଗ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୨୨ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୪ ଟି ସାମୁହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୧୨ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ ପଟେଲ, ଆସିଷ୍ଟାଣ୍ଟ କଲେକ୍ଟର (ସାଧାରଣ ଓ ବିବିଧ) ରାମ ନାରାୟଣ ମିଶ୍ର ଓ ପୁଇଁତଳା ବିଡିଓ ଏବଂ ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।