ମଝିପଡ଼ା କ୍ଲଷ୍ଟର ପକ୍ଷରୁ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣ ବ୍ଲକ ଅନ୍ତର୍ଗତ ମଝିପଡ଼ା କ୍ଲଷ୍ଟର ପକ୍ଷରୁ କ୍ଲଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ପିମ୍ ଶ୍ରୀ ମୁନସିପାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ପ୍ରଫୁଲ୍ଲ କୁମାର ଠାକୁରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଏବିଇଓ ଜଗଦୀଶ ଚନ୍ଦ୍ର ମୁଣ୍ଡ, ମୁନସିପାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଇଲାରାଣୀ ମହାନ୍ତି, କାଉନସିଲର ଜୟଶ୍ରୀ ଅଗ୍ରୱାଲ ପ୍ରମୁଖ ମଞ୍ଚାସୀନ ଥିଲେ। ଏଥିରେ କ୍ଲଷ୍ଟର ଅନ୍ତର୍ଗତ ୧୨ଟି ବିଦ୍ୟାଳୟରୁ ୧୦ଜଣ ଲେଖାଏଁ ଛାତ୍ରଛାତ୍ରୀ ଗାଇଡ ଶିକ୍ଷକଙ୍କ ସହ ଯୋଗଦେଇଥିଲେ। ମେଳାରେ ସାକ୍ଷରତା, ସଂଖ୍ୟାଜ୍ଞାନ, ସୃଜନାତ୍ମକ ଓ ମତାମତ ଷ୍ଟଲରେ ଛାତ୍ରଛାତ୍ରୀମାନେ ନିଜର ପ୍ରକଳ୍ପ ସବୁକୁ ଉପସ୍ଥାପନ କରିଥିଲେ। ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଆରସିସି ଜୟ କୁମାର ମାଝୀ, ମୁନସିପାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଇଲାରାଣୀ ମହାନ୍ତି, ଏବିଇଓ ଜଗଦୀଶ ଚନ୍ଦ୍ର ମୁଣ୍ଡ, ବରିଷ୍ଠ ଶିକ୍ଷକ ପ୍ରମୋଦ ସାହୁ, ବିଜୟଲକ୍ଷ୍ମୀ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ। ଗୋଶାଲପଡ଼ା ବିଦ୍ୟାଳୟର ଶିକ୍ଷୟତ୍ରୀ ସିପ୍ରା ପରିଡ଼ାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବକ୍ତୃତା, ହସ୍ତଶିଳ୍ପ, ଚିତ୍ରାଙ୍କନ, ଶ୍ରେଷ୍ଠ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରକଳ୍ପରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଅତିଥି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଷ୍ଟଲ୍ ଗୁଡ଼ିକ ବୁଲି ଦେଖିଥିଲେ। ମୁନସିପାଲ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମକର୍ତ୍ତା ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.