କୋକସରା ପଞ୍ଚାୟତ ସମିତି ବୈଠକ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଳକ କାର୍ଯ୍ୟାଳୟ ସଭାଗୃହଠାରେ ମଙ୍ଗଳବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଡ଼ଃ ହିମାଞ୍ଚଳ ମାଝୀ, ବ୍ଳକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ତତ୍ତ୍ବଦର୍ଶି ଦାସ, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, ବ୍ଳକ ସହକାରୀ ଯନ୍ତ୍ରୀ ସର୍ବେଶ୍ଵର ପ୍ରଧାନ, ସାଂସଦଙ୍କ ପ୍ରତିନିଧି ଭାବରେ ଗୋଦାବରୀଶ ପାତ୍ର, ଧର୍ମଗଡ଼ ବିଧାୟକଙ୍କ ପ୍ରତିନିଧି ଭାବରେ ଦୁର୍ଗା ପ୍ରସାଦ ପ୍ରଧାନୀ, ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ ପ୍ରମୁଖ ବୈଠକରେ ଯୋଗଦେଇଥିଲେ। ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରାଜେନ୍ଦ୍ର ପାତ୍ର ପୂର୍ବ ବୈଠକର ବିବରଣୀ ପଠନ କରି ସମୀକ୍ଷା ପ୍ରତି ସମସ୍ତଙ୍କ ମତାମତ ଲୋଡ଼ିଥିଲେ। ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପାନୀୟ ଜଳ, ଗମନା ଗମନ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା ଆଦି ଉନ୍ନୟନ ମୂଳକ ପଦକ୍ଷେପ, ସରକାରୀ ଯୋଜନାର ସୁଫଳ ରୂପାୟନ ଓ ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ସମସ୍ତ ଜନପ୍ରତିନିଧି ଓ ବ୍ଲକ ପ୍ରଶାସନ ସହଯୋଗୀତା ରହିବା ପାଇଁ ଆଲୋଚନା ହୋଇଥିଲାl ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ବିଭାଗ, ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ, ଉଦ୍ୟାନ ବିଭାଗ, ପ୍ରାଣି ସମ୍ପଦ, ଗ୍ରାମ୍ୟ ଉନ୍ନୟନ ବିଭାଗ, ବିଦ୍ୟୁତ୍ ବିଭାଗ ଭଲି ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହିଥିଲେ। ତେବେ ପାନୀୟ ଜଳ ସମସ୍ୟା ଦିଗରେ ସମ୍ପୃକ୍ତ ବିଭାଗ ଠିକ୍ ଭାବରେ ପରିଚାଳନା କରୁ ନଥିବାରୁ ବିଭାଗୀୟ ଯନ୍ତ୍ରୀଙ୍କୁ ତାଗିଦ୍ କରାଯାଇଥିଲା। ବୈଠକରେ ଗୋଷ୍ଠୀ କୃଷି ଅଧିକାରୀ ରାକେଶ ରଞ୍ଜନ ମାଝୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ଯନ୍ତ୍ରୀ ଯଶୋବନ୍ତି ଭୋଇ, କନିଷ୍ଠ ଯନ୍ତ୍ରୀ ଫର୍ଣ୍ଣିନ୍ଦ୍ର ଆର୍କା, ଭାରପ୍ରାପ୍ତ ବିଇଓ ତୋଫାନ ମାଝୀ, ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଦିପକ କୁମାର ବେହେରା, ବ୍ଳକ ଯୋଗାଣ ନିରିକ୍ଷକ ଜଗାରାମ ମୁର୍ମୁ, ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସୁରେଶ ବରିହା, କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ, ମହିମା ସମିତି ସଭ୍ୟ ଘନଶ୍ୟାମ ନାଏକ, ଗମ୍ଭାରୀଗୁଡା ସରପଞ୍ଚ ଇଶରାମ ସୁନାନୀ, ମୁଷାପାଲି ସରପଞ୍ଚ ଅକ୍ଷୟ ନାଏକ, ବରାଡଙ୍ଗା ସରପଞ୍ଚ ନିରୁପମା ସେଠୀ, ସମିତି ସଭ୍ୟ ଗୁପ୍ତେଶ୍ୱର ବାଗ, ଟେମରା ସରପଞ୍ଚ କ୍ଷିତିରାମ ପାତ୍ର ସମେତ ସ୍ବାସ୍ଥ୍ୟ, ଜଳ ଓ ପରିମଳ ବିଭାଗ, କୃଷି, ଉଦ୍ୟାନ କୃଷି ବିଭାଗ, ସମସ୍ତ କନିଷ୍ଠ ଯନ୍ତ୍ରୀ ସମେତ ବ୍ଳକର ବିଭିନ୍ନ ପଞ୍ଚାୟତର ସମିତି ସଭ୍ୟ, ସଭ୍ୟା ଓ ସରପଞ୍ଚ ମାନେ ଉପସ୍ଥିତ ରହିଥିଲେ। ବୈଠକକୁ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶ୍ରୀପାତ୍ର ସଂଯୋଜନା କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.