ପଲମ୍ କ୍ଲଷ୍ଟର ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ପଲମ କ୍ଲଷ୍ଟର ପକ୍ଷରୁ କ୍ଲଷ୍ଟରସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଆଲିମ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ଡିଲେଶ୍ୱର ରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଦୁଇ ଦିବସୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୁବ ଶିଳ୍ପୀ ସୌରଭ ମହାପାତ୍ର, ଖଇରମାଲ ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ଯୁବରାଜ ଜାନୀ, ଆଲିମ୍ ୟୁପି ସ୍କୁଲ ପ୍ରଧାନ ଶିକ୍ଷକ ଜଗନ୍ନାଥ ମାଝୀ, ଆଲିମ୍ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମଙ୍ଗଳୁ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଶିକ୍ଷକ ଗୋବିନ୍ଦ ମାଝୀଙ୍କ ସଙ୍ଗୀତ ପରିଚାଳନାରେ ଆଲିମ୍ ସ୍କୁଲର ଛାତ୍ରୀମାନେ ସ୍ୱାଗତ ଗୀତ ପରିବେଷଣ କରିଥିଲେ। ଶିକ୍ଷକ ଜ୍ଞାନେନ୍ଦ୍ର ଗହିର ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ଛନ୍ଦାଚରଣ ଧରୁଆ ଧନ୍ୟବାଦ୍ ଦେଇଥିଲେ। ଏଥିରେ କ୍ଲଷ୍ଟର ଅନ୍ତର୍ଗତ ୧୦ଟି ବିଦ୍ୟାଳୟରୁ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକମାନେ ଯୋଗଦେଇଥିଲେ। ଏଠାରେ ଶିକ୍ଷକ ତଥା ଛାତ୍ରଛାତ୍ରୀମାନଙ୍କୁ ସାଧନକର୍ମୀ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଉପରେ ମାର୍ଗଦର୍ଶନ କରିଥିଲେ।ସାକ୍ଷରତା, ସଂଖ୍ୟାଜ୍ଞାନ, ସୃଜନାତ୍ମକ ଶିକ୍ଷଣ ସାମଗ୍ରୀ ସବୁକୁ ଶିକ୍ଷକ ଓ ଛାତ୍ରଛାତ୍ରୀ ପ୍ରସ୍ତୁତ କରିଥିଲେ। ଏ ଅବସରରେ ରାଇଧୁନି ୟୁପି ସ୍କୁଲର ତିନିଜଣ ଛାତ୍ରୀଙ୍କୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତିରେ ଉତ୍କର୍ଷତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ କ୍ଲଷ୍ଟରର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ଆଲିମ୍ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.