ଜିଲ୍ଲାସ୍ତରୀୟ ଆନ୍ତର୍ଜାତିୟ ମହିଳା ଦିବସ ଅବସରରେ ସୁଭଦ୍ରା ଦ୍ଵିତୀୟ କିସ୍ତି ଶୁଭାରମ୍ଭ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି, ଶ୍ରୀ ପ୍ରୁଥିବିରାଜ୍ ମଣ୍ଡଳ, ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା, ଶ୍ରୀମତୀ ଏମ ସୁଧାରାଣୀ, ଅଧ୍ୟକ୍ଷା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗଜପତି, ଶ୍ରୀ ଲକ୍ଷ୍ମଣ ମୁର୍ମୁ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଆନ୍ତର୍ଜାତୀୟ ମହିଳା ଦିବସ ଓ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି , ଜିଳ୍ଲାର ଯୋଗ୍ୟ ହିତାଧିକାରୀଙ୍କୁ ଡିବିଟି ମାଧ୍ଯମରେ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀ ମାନେ ସୁଭଦ୍ରା ବିଷୟରେ ଅନ୍ୟମାନଙ୍କୁ ସଚେତନତା ସୃଷ୍ଟି କରିବା ଓ ନିଜର ଆର୍ଥିକ ସମସ୍ୟାକୁ ସୁଦୃଢ କରି ସଫଳତାର କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ସମସ୍ତ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ।

ସେହିପରି ମହିଳାମାନଙ୍କୁ ଅର୍ଥନୈତିକ , ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ସାମିଲ କରି ଉଚିତ ସମ୍ମାନ ଦେବା ଦେବା ପାଇଁ ମଧ୍ୟ ସମସ୍ତ ଅତିଥି ମାନେ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଅଥିତି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ମହିଳା ଓ ଶିଶୁ ବିକାଶ ବିଭାଗରେ ଭଲ କାର୍ଯ୍ୟ କରିଥିବା କର୍ମଚାରୀଙ୍କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.