ଓଡ଼ିଆ ବାର୍ତ୍ତା/ ଟିକ୍ରାପଡ଼ା (ରମାକାନ୍ତ ରାଜପଲିଆ): ମୁରିବାହାଲ ବ୍ଲକ ବାନ୍ଦୁପଲା କ୍ଲଷ୍ଟର ଅନ୍ତର୍ଗତ ଲେତେରମାଳ ନୂତନ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା କର୍ମଶାଳା ପ୍ରଧାନ ଶିକ୍ଷକ ମହେନ୍ଦ୍ର ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଘାସିରାମ ମାଝି ମୁଖ୍ୟ ଅତିଥି, ଚଲକି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜିତେନ୍ଦ୍ର ମାଝି, ନୂଆପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନନ୍ଦୀକିଶୋର ଭୁଏ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ | ଶିକ୍ଷକ ନିମାନନ୍ଦ ଖମାରୀ ସଭା ସଂଯୋଜନା କରିଥିଲେ | ଏହି ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଓ ସମ୍ମେଟିଭ-୧ ପରୀକ୍ଷାରେ ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା | ସଭା ପରେ ଛାତ୍ରଛାତ୍ରୀ ସାଂସ୍କୃତିକ କର୍ଯ୍ୟକ୍ରମ ପରିବେଷଣ କରିଥିଲେ | ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତା, ଅଭିଭାବକ ଓ ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |