ଚିଚୈଗୁଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ଥିଦୀପ ଆଦିତ୍ୟ): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ୍ ଅନ୍ତର୍ଗତ ଚିଚୈଗୁଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡରିବନ କ୍ଲବ ଆନୁକୂଲ୍ୟରେ ଏକ ଏଡସ୍ ସଚେତନତା ଓ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ବୀର କିଶୋର ମେହେରଙ୍କ ସଭାପତିତ୍ବରେ ଆୟୋଜିତ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଲବ୍ ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା, ସମ୍ମାନିତ ଅତିଥି ଭାବେ ଲଖିରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ ପରାମର୍ଶଦାତା ମୋହନ ଚରଣ ବିଷି ,ସ୍ଵାମୀ ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କରଚଲାର ଯୁବ ରେଡକ୍ରସ୍ ପରାମର୍ଶଦାତା କ୍ୟାପଟେନ ଭବାନୀ ଶଙ୍କର ପଣ୍ଡା , ଓ ପତିତପାବନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ୍ ପରାମର୍ଶଦାତା ବିଜୟ କୁମାର କର ପ୍ରମୁଖ ଯୋଗଦେଇଥିଲେ। ଜନ ସାଧାରଣ ସଚେତନ ହେଲେ ଏଡ଼ସ ନିରାକରଣ ସମ୍ଭବ। ଏଥିପାଇଁ ଜାତୀୟ ଏଡ଼ସ ନିୟନ୍ତ୍ରଣ ସଂସ୍ଥା ହେଲ୍ପ ଲାଇନ ଟୋଲ୍ ଫ୍ରି ନମ୍ବର ୧୦୯୭ ସହାୟତା ନେବାପାଇଁ ଆଲୋଚନା କରାଯାଇଥିଲା। ସମ୍ପ୍ରତି ଦେଖା ଦେଇଥିବା ରକ୍ତ ସଂକଟକୁ ଦୂର କରିବା ପାଇଁ ସ୍ବେଛାକୃତ ରକ୍ତଦାନ କରିବାକୁ ଆଗେଇ ଆସିବାକୁ ଛାତ୍ର ଛାତ୍ରୀ ମାନଙ୍କୁ ଆହ୍ଵାନ ଦେବା ସହ ରକ୍ତଦାନର ମହତ୍ତ୍ୱ ବିଷୟରେ ଅତିଥି ମାନେ ଆଲୋଚନା କରିଥିଲେ। ଆଗାମୀ ଦିନରେ ମହାବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଯୁବ ରେଡକ୍ରସ୍ ପରାମର୍ଶଦାତା ଅଶୋକ କୁମାର ସାହୁ ଅତିଥିମାନଙ୍କ ପରିଚୟ ପ୍ରଦାନ ଓ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ କାଳୀ ଚରଣ ଖାଡ଼ାଙ୍ଗା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ର ଛାତ୍ରୀମାନଙ୍କୁ ନେଇ ରେଡକ୍ରସ୍ ପତାକା ଉତ୍ତଳନ କରାଯାଇଥିଲା। ପରିଚାଳନାରେ ଅଧ୍ୟାପକ ରାଜେଶ କୁମାର ମୁଣ୍ଡ, ଶୁଶାନ୍ତ କୁମାର ମୁଣ୍ଡ, ସାରଙ୍ଗ ମାଝୀ, ରାକେଶ କୁମାର ମେହେର, ନବୀନ କୁମାର ମେହେର, ଅଜୟ କୁମାର ନାଏକ, ଯାମିନୀ କାନ୍ତ ମେହେର , ରାଜ କିଶୋର ସାହୁ , ସୁରେନ୍ଦ୍ର ମାଝୀ, ବିଶ୍ବମ୍ବର ବିଶି, ସଂକିର୍ତ୍ତନ ଦଣ୍ଡସେନା,ନରେଶ କୁମାର ମେହେର ପ୍ରମୁଖ ସହାୟତା କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.