ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଦମ୍ବାଳ ସ୍ଥିତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଶ୍ରୀ ଶଙ୍କର କେରକେଟା ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଶୁଣାଣୀ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ ସମେତ ଆମେଡ଼ା, ଲୋବା ଓ ତଳମୁଣ୍ଡା ପଞ୍ଚାୟତର ମୋଟ- ୧୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୮୨ ଟି ରହିଥିଲା । ଉଭୟ ମୋଟ ୧୩୭ ଗୋଟି ଅଭିଯୋଗ ସମସ୍ୟା ମଧ୍ୟରୁ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା , ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ , ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ସମ୍ମତ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁକାନ୍ତ ପ୍ରଧାନ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାଃ ଏମ: ମୁବାରକ୍ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ପ୍ରମୁଖଙ୍କ ସମେତ ସ୍ଥାନୀୟ ସରପଞ୍ଚ ଓ ଜନ ପ୍ରତିନିଧି ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Oplus_131072
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.