ଦେହେଲିରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ଗୁରୁତର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅଧିନସ୍ଥ ଦେହେଲିରେ ଆଜି ସନ୍ଧ୍ୟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି। ଖବରରୁ ଜଣା ପଡ଼ିଛି ଭବାନିପାଟଣା- ମ.ରାମପୁର ରାଜ୍ୟ ରାଜପଥ ଦେହେଲି ଗ୍ରାମ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟି ଜଣେ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ମ.ରାମପୁର ବ୍ଲକ ସିନ୍ଧିଗୁଡା ଗ୍ରାମର ବୃନ୍ଦାବନ କଟା। ଆହତ ଦୁଇଜଣ ହେଲେ ତୁଳାପଡାର ଚିତ୍ତରଞ୍ଜନ ମିଶ୍ର ଓ ଆଉ ଜଣେ ତାଙ୍କ ସାଥି। ଗୁରୁତର ଦୁହିଁଙ୍କୁ ପ୍ରଥମେ ନର୍ଲା ଗୋଷ୍ଠୀ ସ୍ବସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ନର୍ଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଜାରିରଖିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.