କଳାହାଣ୍ଡି ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ – ୨୦୨୫ ଆୟୋଜିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁସାରେ ଶିଶୁ ବାଟିକା ଓ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ “ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ – ୨୦୨୫” ଆୟୋଜିତ ହୋଇଯାଇଛି।

ଭବାନୀପାଟଣା ସହର ସ୍ଥିତ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ସମ୍ମାନୀତ ଅତିଥି ଭାବେ ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡ଼ା,

ଭବାନୀପାଟଣା ପଞ୍ଚାୟତ ସମିତି ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପ୍ରମୁଖ ଯୋଗ ଦେଇଥିଲେ।

ଭବାନୀପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରୀ ଶବର ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମଗ୍ର ଶିକ୍ଷା କଳାହାଣ୍ଡିର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଡିଲେଶ୍ୱର ରଣା।

ଏହି ଅବସରରେ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ୨୧ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିଲେ।

ନୂତନ ଛାତ୍ରଛାତ୍ରୀଙ୍କୁ ଫୁଲ ଓ ତିଳକ ଦେଇ ସ୍ବାଗତ କରାଯାଇଥିବା ବେଳେ ଜିଲ୍ଲାପାଳ ସେମାନଙ୍କୁ ସରକାରଙ୍କ ପ୍ରଦତ୍ତ କିଟ୍ ବଣ୍ଟନ କରିଥିଲେ।

ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାକ୍ଷରତା, ସଂଖ୍ୟାଜ୍ଞାନ ଓ ସୃଜନୀ ଷ୍ଟଲ୍ ପ୍ରଦର୍ଶିତ ହୋଇଥିଲା।

ଜିଲ୍ଲାପାଳଙ୍କ ଦ୍ଵାରା ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.