ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ’ଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି ।

Omkar Vasthu
Omkar Vasthu

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ସମେତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଗଜପତି ଶ୍ରୀ ଶଙ୍କର କେରକେଟା , କେ.ନାଗରଜୁ, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ: ନାଗରାଜୁ ପ୍ରମୁଖ ଯୋଗ ଦେଇ ଅଭିଯୋଗ ଶୁଣାଣୀ କରିଥିଲେ ।

Pearl dental clinic
Near Ashish Medical Store, Bhawanipatna

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା , ରାଣୀପେଣ୍ଠ ଓ ସିଧାମଡ଼ଙ୍ଗ ପଞ୍ଚାୟତର ମୋଟ- ୪୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩ ଗୋଟି ଓ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୪୬ ଗୋଟି ରହିଥିଲା । ଆସିଥିବା ଉଭୟ ମୋଟ ୪୯ ଗୋଟି ଅଭିଯୋଗ ସମସ୍ୟା ମଧ୍ୟରୁ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ।

Udyog Nursery
Udyogi Nursery

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଅଲ୍ଲୀ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.