ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିର ଉପ-କାରାଗାର ପରିଦର୍ଶନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଶିଶୁ ସୁରକ୍ଷା ପାଇଁ ଗୃହ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି, ଶିଶୁ ସୁରକ୍ଷା, ସୁବର୍ଣ୍ଣପୁର ଉପକାରାଗାର, ସୋନପୁର ପରିଦର୍ଶନ କରିଛନ୍ତି। ଜିଲ୍ଲା ଆଇନ ସେବା ପ୍ରାଧିକରଣ, ସୁବର୍ଣ୍ଣପୁର ର ସମ୍ପାଦିକା କୁମୁଦିନୀ ମୁଦୁଲି ଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୀ, ହେମନ୍ତ କୁମାର ସା, ରାଜୀବ ଲୋଚନ ଗୁରୁ ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାର ର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପକରାଗର କୁ ଯାଇ ଏଠାରେ ଅନ୍ତେବାସୀଙ୍କ ସହ ଏକ ଶିବିର ଅନୁଷ୍ଠିତ ହେବା ସହିତ ଅନ୍ତେବାସୀଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ କୌଣସି ମାମଲାରେ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ କାରାଗାରରେ ଥିବା ଅନ୍ୟ କଏଦୀ ଙ୍କ ସହିତ ରହୁଛନ୍ତି କି ନାହିଁ କମିଟି ପକ୍ଷରୁ ଯାଞ୍ଚ କରିଥିଲେ l କିନ୍ତୁ କୌଣସି ଶିଶୁ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ ପାଇ ନ ଥିଲେ l ଉକ୍ତ କରାଗାଅରର ଅଧକ୍ଷ ଡିଲେଶ୍ୱର ଜେନା ପରିଦର୍ଶନ ସମୟରେ ସହଯୋଗ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.