ଭୁବନେଶ୍ବର,୩୧/୭ : ଆସନ୍ତା ୪ ତାରିଖରୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ପାଇଛି । ସୂଚନାନୁସାରେ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ସ୍ପଳ୍ପ ବୃଷ୍ଟିପାତ ହେବ । ଅଗଷ୍ଟ ୨ରେ ଦକ୍ଷିଣ ଓଡିଶା ଓ ୩ ତାରିଖରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ । ସେହିପରି ଅଗଷ୍ଟ ୪ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏବେ ସୁଦ୍ଧା ୨୦ ପ୍ରତିଶତ କମ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର କହିଛି ।