ରୁପ୍ରାରୋଡରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଆଜିଠାରୁ ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ ଆରମ୍ଭ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକର ବାଲିଯାତ୍ରା ପଡିଆରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଜେପି ନଡ୍ଡାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର ରୁପ୍ରାରୋଡ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରୁପ୍ରାରୋଡ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ତଥା କାର୍ଯ୍ୟକ୍ରମର ନୋଡାଲ ଅଫିସର କେଟିଆର ପାତ୍ରଙ୍କ ତତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ ଡାକ୍ତର ଆଦେଶ ପ୍ରସାଦ ମାଝୀ। ରୁପ୍ରାରୋଡ ସରପଞ୍ଚ ହେମନ୍ତ ଭୋଇ, ରାକ୍ସି ସରପଞ୍ଚ ଯେମନ୍ତ ପୋଢ, ନର୍ଲା ସରପଞ୍ଚ ତନୁଜା ହରପାଲ, ଭୀମକେଲା ସରପଞ୍ଚ ଜାନକୀ ଗଉଡ, ସରିଆଁ ସରପଞ୍ଚ ଓମପ୍ରକାଶ ଛତ୍ରିଆ, ବିକାଶ ଦତ୍ତା, କପିଳାସ ସା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ। ଏହି ଅବସରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ଡାକ୍ତରଖାନାର କର୍ମଚାରୀ ତିଲୋତ୍ତମା ପଣ୍ଡା, ରେଣୁକା ମହାନ୍ତି, ରମେଶ ବିଶୋଇ, ଆଶିଷ ଖାଡଙ୍ଗାଙ୍କ ସମେତ ଅଜିତ ଅଜିତ ସାହୁ, ଆଶିଷ ମହାପାତ୍ର, କିଶୋର ପାତ୍ର, ସୁରେନ୍ଦ୍ର ସାହୁ ପ୍ରମୁଖ ପ୍ରମୁଖ ସହଯୋଗ କରିଥିଲେ। ଏଥିରେ ମହିଳା ଓ ପୁରୁଷ ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସଦସ୍ୟାଙ୍କ ସମେତ ଅଞ୍ଚଳର ଶହଶ୍ରାଧିକ ମହିଳା ପୁରୁଷ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.