ସିକେରକୁପା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ରୋଡ଼ କ୍ଲଷ୍ଟର ବିଭିନ୍ନ ବିଦ୍ୟାଳୟରେ ପାଳିତ ହେଉଛି ବାର୍ଷିକ ଉତ୍ସବ। ଏହି ପରିପ୍ରେକ୍ଷିରେ ସିକେରକୁପା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରମିଳା ସାହୁଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢ଼ଳଦେବ ମୁଣ୍ଡ ଯୋଗ ଦେଇଥିବାବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ସରପଞ୍ଚ ଟଙ୍କଧର ମାଝୀ ଯୋଗଦେଇ ଥିଲେ। ସମ୍ମାନିତ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ମମତା ଶବର, ଲାଞ୍ଜିଗଡ଼ରୋଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତରୁଣ କୁମାର ସାହୁ, ଲାଞ୍ଜିଗଡ଼ରୋଡ଼ କ୍ଲଷ୍ଟର ସଂଯୋଜକ ଶ୍ରବଣ କୁମାର ସରାଫ, ବିଦ୍ୟାଳୟ ପରିଚାଳନା ସଭାପତି ଲଳିତା ବିଭାର, ଚମ୍ପାଦେଇପୁର କ୍ଲଷ୍ଟର ସଂଯୋଜକ ସୈାଭାଗ୍ୟ ରଞ୍ଜନ ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେବା ସହ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମକୁ ଅବସରପ୍ରାପ୍ତ ଶିକ୍ଷକ ନଗେନ୍ଦ୍ରନାଥ ପଟ୍ଟନାୟକ ପରିଚାଳନା କରିଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସିକେରକୁପା ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ଉତ୍ତମ କୁମାର ସେନାପତି ପରିଚାଳନା କରିଥିଲେ। ଏଥିରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଉପସ୍ଥିତ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା।ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଚିନ୍ତାଡା ରବି, ଲକ୍ଷ୍ମୀକାନ୍ତ ଦାସ, ଶ୍ରୀଯୁକ୍ତ ଶୁଭ୍ରାଂସୁ କୁମାର ଖଟୁଆ, ଶିକ୍ଷୟିତ୍ରୀ ବାରୁଣି ବାରାରୁଚି ପ୍ରଧାନ, ଶ୍ରୀପୁକୁ ମନୋଜ ନାୟକଙ୍କ ସମେତ ବିଦ୍ୟାଳୟର ପାଚିକା ଶ୍ରୀମତୀ ମାଳା ମହାକୁଡ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସାହୁ ଧନ୍ୟବାଦ ଅର୍ପଣ ସହିତ ସଭା ସାଙ୍ଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.