ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ତନ୍ମଧ୍ୟରେ ୨ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି। ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡିଓ ଡୁଙ୍ଗୁରିପାଲି ଦିଲୀପ କୁମାର ବାଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ, ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.