ଲାଞ୍ଜିଗଡ଼ ବ୍ଲକ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ସଭାଗୃହ ଠାରେ ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାଓ୍ବାର ପ୍ରକାଶ, କେସିଙ୍ଗା ଏସଡିପିଇଓ ଆର ଆର ସେନାପତି, ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ଲାଞ୍ଜିଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର ପ୍ରମୁଖ ମଞ୍ଚାସିନ ରହି ବିଭିନ୍ନ ସମସ୍ୟାର ୨୭ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ପଦାଧିକାରୀ ଯୋଗଦେଇ ଥିବା ବେଳେ ବ୍ଲକର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଜଣେ ଦିବ୍ୟାଙ୍ଗଙ୍କୁ ଏକ ଟ୍ରାଏ ସାଇକେଲ ପ୍ରଦାନ କରିଥିଲେ। ଧଅଁରାଭଟା ସ୍ଥିତ ଏକଲବ୍ୟ ଆବାସିକ ବିଦ୍ୟାଳୟ ଠାରେ ପାନୀୟ ଜଳ, ବିଦ୍ୟୁତ ଓ ଭିତ୍ତି ଭୂମିର ସମସ୍ୟାକୁ ପରିଚାଳନା କମିଟି ସଭାପତି ହରିହର କୁମାର ଜିଲ୍ଲାପାଳ ସଚିନ ପାଓ୍ବାର ପ୍ରକାଶଙ୍କୁ ଲିଖିତ ଅଭିଯୋଗ କରିବା ପରେ ଶିବିରର ପରେ ଏକଲବ୍ୟ ଆବାସିକ ବିଦ୍ୟାଳୟର ଭିତ୍ତି ଭୂମି ପରିଦର୍ଶନ କରି ବିଭିନ୍ନ ସମସ୍ୟା ଉପରେ ବିଡିଓ ଶଶାଙ୍କ ପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଂଜିବ କୁମାର ନାୟକ, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହିତ ଜିଲ୍ଲାପାଳ ଆଲୋଚନା କରି ଏହାର ଶୀଘ୍ର ସମସ୍ୟା ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.