୧୪ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ବାଜା ବାଜଣା, ଦୁଲ ଦୁଲି ନାଚ ଗୀତରେ କମ୍ପିଲା ସମଗ୍ର ଅଞ୍ଚଳ

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ସୋମବାର ୧୪ ଦିନରେ ନୂଆସାହି ସ୍ଥିତ ବୁଡ଼ାଗୁଡା ରାସ୍ତାରେ ସାହି ଭାଇ ପୂଜା କମିଟି ଅଞ୍ଚଳ କୁ ପରିଭ୍ରମଣ କରି ଆସିଥିଲେ l ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆର ରେ ଅସ୍ଥାୟୀ ପୀଠ ଠାରୁ ବାହାରି ଗାନ୍ଧୀ ଛକ, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, ରେଭିନ୍ୟୁ ବଙ୍ଗଳା, ଜଗନ୍ନାଥ ମନ୍ଦିର, ତ୍ରିବେଦୀ ପାର୍କ ଛକ, ବଜାର ଛକ, ପାଟଖଣ୍ଡା ମନ୍ଦିର ଓ ମାର୍କେଟ, ହାଟପଦା ମାର୍କେଟ, ପାଟଖଣ୍ଡା ସାହି ଛକ, ବସଷ୍ଟାଣ୍ଡ ସମ୍ମୁଖ ଦେଇ ନୂଆସାହି ସ୍ଥିତ ବୁଡ଼ାଗୁଡା ରାସ୍ତାରେ ପ୍ରବେଶ କରି ସାହି ସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ପହଞ୍ଚିବା ପରେ ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ପରେ ସାହି ର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ l ଶେଷରେ ଅନ୍ନ ପ୍ରସାଦ ବଣ୍ଟନ ର ବ୍ୟବସ୍ଥା କରାଯାଇଥିଲା l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ l ମଙ୍ଗଳବାର ଦିନ ମା ‘ ମାନେ ବନ୍ଧସାହି ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି l ଆଗାମୀ ଦିନରେ ହେବାକୁ ଥିବା ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି l ଠାକୁରାଣୀ ଯାତ୍ରା ଉପଲକ୍ଷେ ସ୍ଥାନୀୟ ସି.ଟି.କଲେଜ ରୋଡ଼ ରେ ଥିବା ନୀଳଗିରି ଫାର୍ମ ନିକଟ ଯାତ୍ରା ପଡିଆ ରେ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି । ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ସୋମବାର ୧୪ ଦିନରେ ପହଞ୍ଚି ଥିବା ବେଳେ ସୋମବାର ନଗର ଭ୍ରମଣ କାର୍ଯ୍ୟକ୍ରମ ଦଶମ ଦିନରେ ପହଞ୍ଚିଛି l ଏହା ଜୁନ ୫ ତାରିଖ ରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.