ବିଶ୍ୱ ତମାଖୁ ବର୍ଜନ ଦିବସ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଶ୍ୱ ତମାଖୁ ବର୍ଜନ ଦିବସ-୨୦୨୫ ପାଳିତ ହୋଇଛି। ଏହି ବର୍ଷର ଶିର୍ଷକ “ଉଜ୍ୱଳ ଦ୍ରବ୍ୟ, ଅନ୍ଧକାର ଲକ୍ଷ୍ୟ: ଏକ ଖୋଲା ନିବେଦନ” ଉପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଛବିଲାଲ ସାହୁ ବାର୍ତ୍ତା ପ୍ରଦାନ କରି ତମାଖୁ ବର୍ଜନ ପାଇଁ ସମସ୍ତ ଯୁବବର୍ଗଙ୍କ ଉଦ୍ଦେଶ୍ୟରେ ଶପଥପାଠ କରାଇଥିଲେ। କାର୍ଯ୍ୟକ୍ରମ ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ ବିକଶିତ ଓଡିଶା ଓ ଭାରତ ପଥରେ ତମାଖୁ ବର୍ଜନର ଆବଶ୍ୟକତା ଓ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଅଧ୍ୟାପକ ଶୁଭେନ୍ଦୁ କୁମାର ପାଢୀ, ପରମେଶ୍ୱର ମୁଣ୍ଡ, ଶୁଶାନ୍ତ କୁମାର ଦାଶ ଓ ଦୀନବନ୍ଧୁ ନାଗ ପ୍ରମୁଖ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.