ଜିଲ୍ଲା ପ୍ରଶାସନର ବ୍ଲକସ୍ତରୀୟ ଅଭିଯୋଗ ଶୁଣାଣି

ଓଡ଼ିଆ ବାର୍ତ୍ତା/ କୋଲନରା (ପଦ୍ମନ ଭତ୍ରା): ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କୋଲନରା ବ୍ଲକ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣିରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ମମତା ସାହୁ ଏବଂ ପ୍ରକଳ୍ପ ପ୍ରଶାସକ ସମ୍ମାନିତ ଆଦିବାସୀ ଉନ୍ନୟନ ସଂସ୍ଥା ଶ୍ରୀ ଚନ୍ଦ୍ର କାନ୍ତ ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକାରୀ ରାୟଗଡ଼ା ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ପ୍ରକାର ଅଭିଯୋଗ ଶୁଣାଣି କରିଥିଲେ l ଏଥିରେ ମୋଟ ୨୧ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୫ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଦୁଇ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟାର ଅଭିଯୋଗ ରହିଥିଲା ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.