ମହାପ୍ରଭୁ ଶ୍ରୀଜଗନ୍ନାଥ 

ଦାରୁବ୍ରହ୍ମ ପୁରୁଷୋତ୍ତମଙ୍କ ଅସଂଖ୍ୟ ନାମ ମଧ୍ୟରୁ ଶ୍ରୀଜଗନ୍ନାଥ ନାମଟିର ସାତନ୍ତ୍ର୍ୟ, ବୈଶିଷ୍ଟ, ମୂଲ୍ୟବୋଧ, ଓ ମହନୀୟତା ଅବର୍ଣ୍ଣନୀୟ। ଏହି ନାମଟିର ସ୍ମରଣ, ମନନ ଓ ଉଚ୍ଚାରଣ ମାତ୍ରେ ଭାବ ମହାଭାବରେ ରୂପାନ୍ତରିତ ହୋଇଯାଏ, ପ୍ରାଣ ଉଦ୍ୱେଳିତ ହୋଇଉଠେ, ହୃଦୟରେ ବ୍ୟାକୁଳତା ଜାଗିଉଠେ ଏବଂ ଭକ୍ତର ନୟନ ତାଙ୍କ ଦର୍ଶନ ନିମିତ୍ତ ଅଧୀର ହୁଏ। ଶ୍ରୀଜଗନ୍ନାଥ ଶବ୍ଦର ପ୍ରତ୍ୟେକ ଅକ୍ଷରର ମଧ୍ୟ ସ୍ୱତନ୍ତ୍ର ମାହାତ୍ମ୍ୟ ରହିଛି। ନିରାକାର, ନିର୍ଗୁଣ, ନିତ୍ୟ, ଅବିନାଶୀ ପରମାତ୍ମା ପରମେଶ୍ୱରଙ୍କର ସାକାର, ସଗୁଣ ସ୍ୱରୂପ ହିଁ ଶ୍ରୀଜଗନ୍ନାଥ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.