ନିଳାଦ୍ରୀ ବିଜେ ଶେଷ: ରସଗୋଲାରେ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ କାଳିଆ ସାଆନ୍ତ

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): ସରିଲା ଘୋଷଯାତ୍ରା। ୧୨ ଦିନର ଲୀଳାଖେଳ ଶେଷ ପରେ ନୀଳାଦ୍ରି ବିଜେ କରିଛନ୍ତି ନୀଳାଦ୍ରିନାଥ । ରଥରେ ବଡ ଭାଇ ଭଉଣୀକୁ ନେଲେ ଅଥଚ ତାଙ୍କ ସହ ଧର୍ମଣୀ ମହାଲକ୍ଷ୍ମୀଙ୍କୁ ନନେଇ ଜନ୍ମବେଦୀକୁ ଚାଲିଗଲେ ମହାପ୍ରଭୁ। ତେଣୁ ରୋଷ କରିଥିଲେ ମହାଲକ୍ଷ୍ମୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପତ୍ନୀ ମହାଲକ୍ଷ୍ମୀଙ୍କର ରୋଷକୁ ପ୍ରଶମିତ କରିବା ପାଇଁ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କର ମାନଭଞ୍ଜନ କରି ରତ୍ନବେଦୀକୁ ବିରାଜମାନ କରିଥିଲେ। ଏଣୁ ଏହାକୁ କୁହାଯାଏ ନୀଳାଦ୍ରିବିଜେ। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଶ୍ରୀ ଜଗନ୍ନାଥ ମହାପ୍ରଭୁ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଶ୍ରୀଜଗନ୍ନାଥଙ୍କ ନିଳାଦ୍ରୀ ବିଜେ ଉତ୍ସବ ଶହଶହ ଭକ୍ତଙ୍କ ହରିବୋଲ ହୁଳହୁଳି ଶବ୍ଦ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।କାଳିଆ ଠାକୁରଙ୍କୁ ରଥରୁ ଓହ୍ଲାଇ ପହଣ୍ଡି କରି ମନ୍ଦିରକୁ ଅଣାଯାଇଥିବା ବେଳେ ଅଭିମାନ କରି ମହାଲକ୍ଷ୍ମୀ କବାଟ ପକାଇଦେଇଥିଲେ। ମାତ୍ର ଜଗନ୍ନାଥ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିଥିଲେ। ଏହି ସମୟରେ ପରମ୍ପରା ଅନୁସାରେ ହୋଇଥିବା ବଚନିକା ପାଠ ଓ ଲକ୍ଷ୍ମୀ ଓ ଜଗନ୍ନାଥଙ୍କ ଭେଟ ଦେଖିବା ସହ ଆର୍ଶୀବାଦ ଭିକ୍ଷାଲାଗି ବହୁ ଭକ୍ତଙ୍କ ଭିଡ ଜମିଥିଲା। ଏହି ରସଗୋଲା ନିଳାଦ୍ରି ବିଜେ ଦିନ ଶ୍ରୀଜଗନ୍ନାଥଙ୍କ ପାଖରେ ଭୋଗ ଲାଗି ଥାଏ l ଭୋଗ ଲାଗିସାରିଥିବା ସେହି ରସଗୋଲାକୁ ଭକ୍ତମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଥିଲା। ଆଇନ ଶୃଙ୍ଖଳା ପରିସ୍ଥିତି କୁ ଦୃଷ୍ଟି ରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଙ୍କ ନିର୍ଦେଶ କ୍ରମେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁ ଙ୍କ ନେତୃତ୍ୱ ରେ ସମଗ୍ର ମନ୍ଦିର ଅଞ୍ଚଳରେ କଡା କଡ଼ି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ଟି. ଶ୍ରୀନିବାସ ରାଓ, ମଧୁସୂଦନ ଦାସ, ଲୋକନାଥ ପାଢ଼ୀ ଙ୍କ ସମେତ ସମସ୍ତ ସଦସ୍ୟ ଏବଂ ଅଞ୍ଚଳର ପର୍ଶୁରାମ ବାହିନୀ, ବ୍ରାହ୍ମଣ ସମିତି, ବିଭିନ୍ନ ଯୁବକ ସଂଘ, ମହିଳା ସଂଘ, ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.