ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିଙ୍କ ଉପକାରାଗାର ପରିଦର୍ଶନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଶିଶୁଙ୍କ ସୁରକ୍ଷା ପାଇଁ ଗୃହ ବିଭାଗ ଦ୍ୱାରା ମନୋନୀତ ସୁବର୍ଣ୍ଣପୁର ଜିଲ୍ଲା ବିଶେଷଜ୍ଞ କମିଟି ଶିଶୁ ସୁରକ୍ଷା ଉପକାରାଗାର ପରିଦର୍ଶନ କରିଛନ୍ତି l ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବାଶିଷ ଦାସ ଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୀ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପକାରାଗାର କୁ ଯାଇ ଅନ୍ତେବାସୀଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସଙ୍ଗେ ସଙ୍ଗେ କୌଣସି ମାମଲାରେ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ କାରାଗାରରେ ଥିବା ଅନ୍ୟ କଏଦୀ ଙ୍କ ସହିତ ରହୁଛନ୍ତି କି ନାହିଁ କମିଟି ପକ୍ଷରୁ ଯାଞ୍ଚ କରାଯାଇଥିଲା l କିନ୍ତୁ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ ପାଇ ନ ଥିଲେ l ପରିଦର୍ଶନ ସମୟରେ ଉକ୍ତ କାରାଗାରର ଡାକ୍ତର ପ୍ରସନ୍ନ କୁମାର ମିଶ୍ର ଉପସ୍ଥିତ ଥିବା ବେଳେ ଉପକାରାଗାର ର ଅଧ୍ୟକ୍ଷ ଡିଲେଶ୍ୱର ଜେନା ପରିଦର୍ଶନ ସମୟରେ କମିଟିକୁ ସହଯୋଗ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.