ବୀରମହାରାଜପୁର ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୮୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୭୮ ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। କେବଳ ଗୋଟିଏ ଦରଖାସ୍ତ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଭାରପ୍ରାପ୍ତ ବିଡ଼ିଓ ବୀରମହାରାଜପୁର ପୁରୁଷୋତ୍ତମ ଧରୁଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁରଙ୍କ ଉପ-ଜିଲ୍ଲାପାଳ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ସମେତ ଅତିରିକ୍ତ ତହସିଲଦାର ବୀରମହାରାଜପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.