ଲାଞ୍ଜିଗଡ଼ ବ୍ଲକସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପର ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍‌ସ୍ତରୀୟ ଶକ୍ତି ସଂରକ୍ଷଣ ପ୍ରଦର୍ଶନୀ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡିଏଭି କଲେଜ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ ଶିବ ପ୍ରସାଦ ବେହେରା ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭରତ ଭୂଷଣ ସାହୁ, ଲକ୍ଷ୍ମୀପ୍ରିୟା ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ। ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ୩୬ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅଭିନବ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଏଥିରେ ଧଅଁରାଭଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଜୀବଦା ହରିଜନ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଲାଞ୍ଜିଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସ୍ୱାଟୀ ଅଚାରୀ ଦିତୀୟ ଓ ଯୋଡାବନ୍ଧ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଭାନୁମତୀ ନୁଡ୍ରୁକା ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏଥିରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଉଛି। ତେବେ ଆସନ୍ତା ୨୯ ତାରିଖ ଭବାନୀପାଟଣାରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଶକ୍ତି ସଂଗ୍ରକ୍ଷଣ ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡିଛି। କାର୍ଯ୍ୟକ୍ରମ ପରିଚାଳନାରେ ଖେଳ ଶିକ୍ଷୟତ୍ରୀ ଧରିତ୍ରୀ ବିସୋଇ, ସ୍ନେହଲାତ ବେହେରା, ଅଙ୍କିତା ଠାକୁର, କାଳିଆ ସୁନା ବରଦ, ସନ୍ତୋଶ କୁମାର ଆଚାର୍ଯ୍ୟ, ସନ୍ତୋଶ ପ୍ରସାଦ ଆଚାର୍ଯ୍ୟ କର୍ମଚାରୀ ବିଶ୍ବାମିତ୍ର ଘଡେ଼ଇ ମୋତିଲାଲ ସାହୁ ପ୍ରମୁଖ ସ‌ହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.