ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ କଲେ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖା କାର୍ଯ୍ୟକର୍ତ୍ତା 

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଆଜି ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କୁ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖାର ସଭାପତି ତୃପ୍ତିମୟୀ ପ୍ରଧାନ, ସମ୍ପାଦିକା ଶୁଭସ୍ମିତା ମିଶ୍ର, ରାଜ୍ୟ କୋଷାଧ୍ୟକ୍ଷ ଅଭିଷେକ ଆଚ଼ାର୍ଯ୍ୟ, କାର୍ଯ୍ୟକାରିଣୀ ସଦସ୍ୟ ହିତେଶ କୁମାର ମହନ୍ତ ପ୍ରମୁଖ ସାକ୍ଷାତ କରିଥିଲେ। ଓଡ଼ିଶାର ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ଆଲୋଚ଼ନା କରିବା ସହ ଅଧିକ ପୋଷ୍ଟ ଓ ସ୍ଥାୟୀ ନିଯୁକ୍ତି ନିମନ୍ତେ ସଂଘର କାର୍ଯ୍ୟକର୍ତ୍ତା ବାଚସ୍ପତିଙ୍କ ସହ ବିଶଦ ଆଲୋଚନା କରିଥିଲେ। ସୂଚନାଥାଉକି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ, ପ୍ରତ୍ୟେକ କ୍ଲଷ୍ଟରରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହେବେ,୨୦୨୫-୨୦୨୭ ଶିକ୍ଷାବର୍ଷ ମଧ୍ୟରେ ୪୧୬୦ ପୋଷ୍ଟ ନିଯୁକ୍ତି ଦିଆଯିବା। କିନ୍ତୁ ସୁପ୍ରିମକୋର୍ଟଙ୍କ ସାରଣୀ ଅନୁସାରେ ଓଡିଶାକୁ ପ୍ରାରମ୍ଭିକ ସ୍ତରରେ ୧୨୨୬୮ ସ୍ଥାୟୀ ପଦବୀର ଆବଶ୍ୟକତା ଅଛି। ସଂଘର ଦାବି ରହିଛି ଯେ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଏକାକାଳୀନ ସମସ୍ତ ପଦ ପୂରଣ କରାଗଲେ ନୟାଗଡ଼ ଜିଲ୍ଲା ତଥା ଓଡିଶାର ସମସ୍ତ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଉତ୍ତମ ଶିକ୍ଷା ପାଇପାରିବେ। ଏହାକୁ ମାନନୀୟା ବାଚସ୍ପତି ଶ୍ରୀମତୀ ପାଢ଼ୀ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରିବା ସମସ୍ତ ସମସ୍ୟାର ସମାଧାନ କରିବା ପାଇଁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.