ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭବାନୀପାଟଣା ସହର ନିକଟବର୍ତ୍ତୀ ରାଇସିଂପୁର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନରେ ୭୯ ତମ ସ୍ୱାଧୀନତା ଦିବସ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ତଥା ଲେଖକ ଶ୍ରୀଯୁକ୍ତ ଉମାଶାଙ୍କର କର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ପ୍ରଣବ କୁମାର ପଣ୍ଡା, ଅଧ୍ୟକ୍ଷା ଆରସିୟା ସାଏଲା, ଚିନ୍ମୟ ଗୁରୁ, ଲୋକନାଥ ଖଡ଼ିକାର, ଶେଷଦେଵ ମୁଣ୍ଡ, ତାପସ ପରିମାଣିକ, ଆକାଶ ନନ୍ଦ, ଶାରୀରିକ ଶିକ୍ଷକ ଶଶୀଭୂଷଣ ଦାସ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା, ଛାତ୍ରଛାତ୍ରୀ ତଥା ଅଭିଭାବକ ଅଭିଭାବିକା ଉପସ୍ଥିତ ଥିଲେ ।
ମୁଖ୍ୟ ଅତିଥି ଶ୍ରୀଯୁକ୍ତ କରଙ୍କଦ୍ୱାରା ପତାକା ଉତ୍ତୋଳନ ପରେ ପରେ ଛାତ୍ରଛାତ୍ରୀମାନେ ଜାତୀୟ ସଙ୍ଗୀତ ଗାନ କରିଥିଲେ ।
ଏହି ଅବସରରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ପରେ ପରେ ସ୍ୱାଧୀନତା ଦିବସ ଅବସରରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା ।
ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପିକା ଶୁଭଶ୍ରୀ ଜେନା ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରଶାସନିକ ଅଧିକାରୀ ପ୍ରଣବ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।