ସରିଆଁ ଠାରେ ଜାତୀୟ କ୍ରିଡ଼ା ଦିବସ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ମେରା ୟୁବା ଭାରତ, ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁର ମିଳିତ ଆନୁକୁଲ୍ୟରେ ମେଜର ଧ୍ୟାନ ଚାନ୍ଦଙ୍କ ଜନ୍ମ ଦିବସ ଉପଲକ୍ଷେ ଜାତୀୟ କ୍ରିଡ଼ା ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକ ସରିଆଁ ଠାରେ  ଆୟୋଜିତ ଏହି ସମାରୋହରେ ସରିଆଁ ଓ ରାକ୍ସି ମଧ୍ୟରେ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ ହେବା ସହ ୧୦୦ ମିଟର ଦୌଡ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝି, ସମ୍ମାନୀତ ଅତିଥି ଭାବେ ସରିଆଁ ସମିତି ସଭ୍ୟ ଭାସ୍କର ଭୋଇ, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ପ୍ରଧାନ ଶିକ୍ଷକ ସାଧୁରାମ ଭୋଇ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିର୍ମଳ ଚନ୍ଦ୍ର ଭୋଇ, ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ପ୍ରମୋଦ ଚନ୍ଦ୍ର ଭୋଇ ଓ ଶରତ ଚନ୍ଦ୍ର ଭୋଇ ପ୍ରମୁଖ ଉପସ୍ଥିତ ରହି କ୍ରୀଡାବିତ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ରାଜ୍ୟସ୍ତରୀୟ ଭଲିବଲ୍ ଖେଳାଳି ମିହିର କୁମାର ଭୋଇଙ୍କୁ ସମ୍ମାନୀତ କରାଯାଇଥିଲା ଓ ସମସ୍ତ ବିଜେତା ଖେଳାଳୀଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।  ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନର ସମ୍ପାଦକ ମିଲନ କୁମାର ଭୋଇ, କୋଷାଧ୍ୟକ୍ଷ ସୌମ୍ୟ ରଞ୍ଜନ ସା ଏବଂ ଅନୁଷ୍ଠାନର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.