ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ଆଦି କର୍ମଯୋଗୀ ଅଭିୟାନ ଅନ୍ତର୍ଗତ ୩-ଦିନିଆ ଆବାସିକ ପ୍ରଶିକ୍ଷଣ-କମ୍-ଡିଜାଇନ୍ ୱାର୍କଷପ୍ ସିରୀଗୁଡା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଆରମ୍ଭ ହୋଇଛି । ଏହି ପ୍ରଶିକ୍ଷଣ ୧୩ ତାରିଖ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ । ପ୍ରଶିକ୍ଷଣ ଟିକୁ ଜିଲ୍ଲା ପରିଷଦ ସିଡ଼ିଓ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ ଉଦ୍ଘାଟନ କରିଛନ୍ତି । ସେ ନିଜ ବକ୍ତବ୍ୟରେ ପ୍ରଶିକ୍ଷଣ ପ୍ରାୟୋଗିକ ହେବା ଆବଶ୍ୟକ ଓ ଗ୍ରାମ ସ୍ତରରେ ଲୋକଙ୍କ ପାଇଁ କାମକୁ ଆସିବା ଜରୁରୀ ବୋଲି ପ୍ରକାଶ କରିଛନ୍ତି । ରାୟଗଡ଼ା ସମ୍ମାନିତ ଆଦିବାସୀ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ପ୍ରଶାସକ ଏବଂ କାର୍ଯ୍ୟକ୍ରମର ନୋଡାଲ୍ ଅଫିସର୍ ଶ୍ରୀ ଚନ୍ଦ୍ର କାନ୍ତ ମାଝୀ ଏହି ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ବ୍ୟକ୍ତି ବିଶେଷ ଙ୍କୁ ପୁଙ୍ଖା ନୁ ପୁଙ୍ଖ ଭାବେ ଜଣାଇ ଥିଲେ । ଏହି ପ୍ରଶିକ୍ଷଣ ମାଧ୍ୟମରେ ଗ୍ରାମ ସ୍ତରରେ ସଚେତନତା,ଲୋକ ସହଭାଗୀତା ଓ ଉନ୍ନତିକୁ ଶକ୍ତିଶାଳୀ କରାଯିବା କୁ ନେଇ ମୋତ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ମାଷ୍ଟର ଟ୍ରେନର ଓ ବିଡିଓ ସହିତ ବିଭିନ୍ନ ବିଭାଗୀୟ କର୍ମଚାରୀ ବ୍ଲକ ସ୍ତରୀୟ ମାଷ୍ଟର ଟ୍ରେନର ମାନଙ୍କୁ ନିଜ୍ ଅଭିଜ୍ଞତା ଓ ପ୍ରଶିକ୍ଷଣ ଦେଉଛନ୍ତି । ପ୍ରଶିକ୍ଷିତ ବ୍ଲକ ସ୍ତରୀୟ ମାଷ୍ଟର ଟ୍ରେନର ପରେ ଗ୍ରାମ ସ୍ତରରେ ଯୋଜନା ପ୍ରସ୍ତୁତିରେ ସହାୟତା କରିବେ । ଗ୍ରାମବାସୀମାନେ ସରକାରୀ ଯୋଜନାରୁ ଅଧିକ ଲାଭ ନେଇପାରିବେ । ଅଧିକାରୀମାନେ କହିଛନ୍ତି, ଏହି ପ୍ରଶିକ୍ଷଣ ଦ୍ୱାରା ଗ୍ରାମରେ ଜୀବିକା, ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ସେବାଗୁଡ଼ିକ ଆଗକୁ ବଢ଼ିବ । ଏହା ସହିତ ଲୋକମାନଙ୍କର ସକ୍ରିୟ ଭାଗିଦାରି ବୃଦ୍ଧି ପାଇବାରେ ସରକାରୀ ଯୋଜନା ଅଧିକ ପ୍ରଭାବଶାଳୀ ହେବ ।