ବରମୁଣ୍ଡା ଶାରଦୀୟ ଦୁର୍ଗାପୂଜା ସାଂସ୍କୃତିକ ସନ୍ଧ୍ୟାରେ ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ଅନୁଷ୍ଠାନର ନୃତ୍ୟାଙ୍ଗନା ମାନଙ୍କ ଓଡ଼ିଶୀ ନୃତ୍ୟ

ଓଡ଼ିଆ ବାର୍ତ୍ତା/ ଭୂବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ କଟକ – ଭୁବନେଶ୍ଵର ହୋଇ ଉଠିଥିଲା ଉତ୍ସବ ମୁଖର। ବିଭିନ୍ନ ସ୍ଥାନରେ ସୁସଜ୍ଜିତ ମେଢରେ ପୂଜିତା ହୋଇଥିଲେ ଜଗତଜନନୀ। ଲଘୁଚାପଜନିତ ବର୍ଷା ସତ୍ବେ ମଧ୍ୟ ମଣ୍ଡପମାନଙ୍କରେ ଲାଗି ରହିଥିଲା ଅସମ୍ଭାଳ ଭିଡ଼। ବିଭିନ୍ନ ଦେବୀ ପୀଠରେ ଦେବୀଙ୍କ ନବରାତ୍ରି ସହ ଦଶହରା ପର୍ବ ରୀତିନୀତି ଅନୁଯାୟୀ ସଂପନ୍ନ ହୋଇଛି। ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ। ଭୁବନେଶ୍ୱରର ବରମୁଣ୍ଡା ଠାରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆୟୋଜିତ ହୋଇଥିଲା ଦୁର୍ଗାପୂଜା ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ। ସାଂସ୍କୃତିକ କାର୍ଯ୍ୟକ୍ରମରେ କଳାକାରମାନେ ସାମିଲ ହୋଇ ନିଜ ନିଜର କଳା ପ୍ରଦର୍ଶନ କରୁଛନ୍ତି। ସେହି ଭଳି କାଲି ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନର ପ୍ରିନ୍ସିପାଲ୍ ଗୁରୁ ମିତା ଦାସଙ୍କ ନିର୍ଦ୍ଦେଶନାରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନର ନୃତ୍ୟାଙ୍ଗନାମାନେ “ଗଣେଶ ବନ୍ଦନା, ବର୍ଷା, ନବ ଦୁର୍ଗା, ରାଧା ରାଣୀ, ଯୁଗେ ଯୁଗେ ଜଗନ୍ନାଥ ଏବଂ ସମ୍ବଲପୁରୀ” ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନମୋହି ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.