ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ବାଲେଶ୍ଵର (କୃଷ୍ଣ କୁମାର ମହାନ୍ତି): ଆଜି ପୂର୍ବାହ୍ନ ସମୟରେ ସ୍ଥାନୀୟ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ବାଲେଶ୍ଵର ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ୧୬୨ ଜଣ ଅଭିଯୋଗକାରୀ ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଗୁଡିକ ମଧ୍ୟରୁ ୧୫୧ ଗୋଟି ବ୍ୟକ୍ତିଗତ, ୦୨ ଗୋଟି ସାମୁହିକ, ୦୯ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଦରଖାସ୍ତ ପ୍ରଦାନ କରିଥିଲେ। ତନ୍ମଧ୍ୟରୁ ୧୮ ଗୋଟି ଦରଖାସ୍ତର ଆଶୁ ସମାଧାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ହେମନ୍ତ ସିଂ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୟ କୁମାର ରାଉତ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼. ପ୍ରଭାତ କୁମାର ବେହେରା, ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.