ଲୋକନାୟକ ଜୟ ପ୍ରକାଶ ନାରାୟଣଙ୍କ ୧୨୩ତମ ଜନ୍ମ ଜୟନ୍ତୀ ପାଳିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟରେ ଲୋକନାୟକ ଜୟ ପ୍ରକାଶ ନାରାୟଣଙ୍କ ୧୨୩ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ୍ୟ ପରମେଶ୍ୱର ମୁଣ୍ଡଙ୍କ ଅଧ୍ୟକ୍ଷତାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବୀର ସାଂସ୍କୃତିକ ଅନୁଷ୍ଠାନର ସାଧାରଣ ସଂପାଦକ ସତ୍ୟନାରାୟଣ ସିଂହ ଯୋଗଦେଇ ଜନନାୟକ ଜୟ ପ୍ରକାଶ ନାରାୟଣଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋଚନା କରିବା ସହ ନିଜର ଅଭିଜ୍ଞତାକୁ ଉପସ୍ଥାପନା କରିଥିଲେ। ଶ୍ରୀ ସିଂହ ଜୟ ପ୍ରକାଶ ନାରାୟଣଙ୍କ “ସମ୍ପୂର୍ଣ୍ଣ ଆନ୍ଦୋଳନ ଓ ଏହାର ଲକ୍ଷ୍ୟ” ଉପରେ ନିଜ ମତ ଉପସ୍ଥାପନ କରିଥିଲେ। ଅଧ୍ୟାପକ ପ୍ରତାପ ଚନ୍ଦ୍ର ଦାଶ ସଭାକୁ ସଂଯୋଜନା କରିଥିବାବେଳେ ଅଧ୍ୟାପକ ଶୁଶାନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଶୁଭେନ୍ଦୁ କୁମାର ପାଢୀ, ଫାଲଗୁନୀ ପ୍ରଧାନୀ, ପୁରିତ ରଣା, ମୀନକେତନ ସାହୁ, ମିକୁମିକ୍ସ ନିଆଲ ଓ ମନ୍ଦାକିନୀ ପ୍ରଧାନ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.