ପୋଟେସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ

ଓଡ଼ିଆ ବାର୍ତ୍ତା/ କଲମପୁର (ଭୋଜରାଜ ଛତ୍ରିଆ): କଲମପୁର ବ୍ଲକ ଅନ୍ତର୍ଗତ ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ମାଝୀଙ୍କ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରାଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଅଭିମନ୍ୟୁ ବାଗ, ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଶାନ୍ତ କୁମାର ବାଗ, ପୁର୍ବତନ ୱାର୍ଡ଼ ମେମ୍ବର ସୟମ୍ବର ମାଝୀ, ସାମ୍ୱାଦିକ ଶରତ ଚନ୍ଦ୍ର ସୁନାନୀ ପ୍ରମୂଖ ଉପସ୍ଥିତ ରହିଥିଲେ। ବିଦ୍ୟାଳୟର ୪୯ ଜଣ ଛାତ୍ରୀ ୪୮ ଜଣ ଛାତ୍ର ମୋଟ ୯୭ ଜଣଙ୍କୁ ଅତିଥି ମାନଙ୍କ ଦ୍ବାରା ପୋଷାକ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଭ୍ୟ ସଭ୍ୟାଙ୍କ ସହ ଅବିଭାବକ ଅବିଭାବିକା ଉପସ୍ଥିତ ରହିଥିବା ବେଳେ ଶିକ୍ଷକ ସମୀର କୁମାର ମେହେର ଓ ଶିକ୍ଷୟତ୍ରୀ ମଲ୍ଲିକା ନାଏକ ପୋଷାକ ବଣ୍ଟନରେ ସହଯୋଗ କରିଥିଲେ। ପୋଷାକ ମିଳିବା ପରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.