ରେଙ୍ଗାଲପାଲି କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ କୁମଯୋର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରେଙ୍ଗାଲ ପାଲି କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ଅନୁଷ୍ଠିତ ହୋଇଯାଇଅଛି। ଏହି ମହୋତ୍ସବରେ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ସାଂସ୍କୃତିକ  କାର୍ଯ୍ୟକ୍ରମ ପିଏମ୍ ପୋଷଣ ଶିଳ୍ପକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ଜୟପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁରେନ୍ଦ୍ର ମୋହନ ଯୋଶୀ, ସମ୍ମାନିତ ଅତିଥି ଭାବରେ କୁମଯୋର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି କ୍ଷେତ୍ର ସମରଥ, ପ୍ରଧାନ ଶିକ୍ଷକ ତ୍ରିଲୋଚନ ଦୁର୍ଗା କୁମଯୋର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷାବିତ୍ ମୁରଲିଧର ଦୁର୍ଗା, ଭଇଁରି ପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହେମନ୍ତ କୁମାର ପାଣିଗ୍ରାହୀ ବିମଳା ଉ,ପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରମାକାନ୍ତ ମାଝୀ ପ୍ରମୁଖ ମଞ୍ଚାସୀନ ଥିବାବେଳେ ଶିକ୍ଷକ ରଞ୍ଜନ ବରିହା ମଞ୍ଚ ପରିଚାଳନା କରିଥିଲେ। ସିଆରସିସି ବେଦବର ନିଆଲ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ଗଣେଶ ଶବର ଧନ୍ୟବାଦ ଅର୍ପଣ କରିଥିଲେ। ତ୍ରିନାଥ ନାଏକ,ସୁବାଷ ଭୋଇ ଗିରିଧାରୀ ନାଏକ,‌ ଟୁନୁ ପ୍ରସାଦ ଦାସ, ପରମେଶ୍ବର ଶବର ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.