ଦେଓଗାଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଓଡିଆ ବାର୍ତ୍ତା/ ଭୁତିଆରବାହାଲ (ପଞ୍ଚାନନ ଭୋଇ):
ଦେଓଗାଁ ବ୍ଲକ ଦେଓଗାଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସ୍ଥାନୀୟ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ପଞ୍ଚାୟତ ସମିତି ସଭ୍ୟା ମିନା କୁମାରୀ ସା, ମୁଖ୍ୟ ବକ୍ତା ଭାବେ ଦେଓଗାଁ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଗୋପବନ୍ଧୁ ମେହେର, ସମ୍ମାନିତ ଅତିଥି ରୂପେ ପ୍ରଧାନ ଶିକ୍ଷକ ଅମ୍ବରୀଶ ଭୋଇ ଯୋଗ ଦେଇଥିଲେ। ଦେଓଗାଁ କ୍ଲଷ୍ଟର ସିଆରସିସି ସୁଶାନ୍ତ କୁମାର ମହାନ୍ତି ସଭା ସଂଯୋଜନା କରିଥିଲେ। ଏଥିରେ ଦେଓଗାଁ କ୍ଲଷ୍ଟର ଅନ୍ତର୍ଗତ ୧୩ ଗୋଟି ବିଦ୍ୟାଳୟ ର ମୋଟ ୧୬୭ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଉଦଯାପନୀ ଉତ୍ସବରେ ବିଆରସିସି କବିରାଜ ମାଝୀ ଏବଂ ଏବିଇଓ ଚୈତନ୍ୟ ଧାରୁଆ ଅତିଥି ଭାବେ ଯୋଗଦେଇ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ଦେଓଗାଁ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଉତ୍ସବରେ ଯୋଗ ଦେଇଥିଲେ। ଶେଷରେ ସନ୍ତୋଷ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.