ବସକୁ ଧକ୍କା ଦେଲା ଟ୍ରକ୍, ୮ ଆହାତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଯାତ୍ରୀବାହି ବସକୁ ମାଲବାହୀ ଟ୍ରକ୍ ଧକ୍କା ଦେବାରୁ ଭୟଙ୍କର ଦୁର୍ଘଟଣା ଘଟିଛି। ଏଥିରେ ୮ ଜଣ ଗୁରୁତର ଆହାତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ବିଶ୍ଵନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଭବାନିପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡ଼ା ମଙ୍ଗଳା ମନ୍ଦିର ଘାଟିରେ। ଘାଟି ରାସ୍ତାରେ ଗାଡ଼ି ଜାମ୍‍ ଯୋଗୁ (ଏପି-୩୯-ଈଉ-୬୪୯୮) ମାଲବାହୀ ଟ୍ରକଟି ପଛକୁ ଫେରି ଆସି ବସକୁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଥିଲା। ବସରେ ପାଖାପାଖି ୩୫ଜଣ ଯାତ୍ରୀ ରହିଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ବିଶ୍ଵନାଥପୁର ପୁଲିସ ଓ ଆମ୍ବୁଲାନ୍ସ ପହଞ୍ଚି ଉଦ୍ଧାର କରିଥିଲେ। ତେବେ ବସଟି ଭବାନୀପାଟଣାରୁ ବିଷମକଟକ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି। ସମସ୍ତ ଗୁରୁତରଙ୍କୁ ବିଶ୍ଵନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.