ଅବାଧ ମାଦକ ଦ୍ରବ୍ୟ ଚାଷ ଓ ଚୋରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଚାଷ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ା ଶ୍ରୀ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଭାଗୃହରେ ଏକ ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଓ ଉପଜିଲ୍ଲାପାଳ ଗୁଣୁପୁର ଶ୍ରୀ ଦୁଧାଲ ଅଭିଶେଖ ଦିଲ୍ଲୀପ ଆୱାସି ମାଧ୍ୟମରେ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ ମାଦକ ନିଷାଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟର ଅବାଧ କାରବାର ଓ ଚୋରା ଚାଲାଣ ସମ୍ପର୍କରେ ଗୁପ୍ତ ତଥ୍ୟ ପ୍ରଦାନ, ବିଦ୍ୟାଳୟ, ମହାବିଦ୍ୟାଳୟ ପରିସର ମାନଙ୍କ ରେ ନିବାରଣ ଉପରେ ସଚେତନତାକୁ ପ୍ରତ୍ସାହ୍ନ କରିବା, ମାଦକ ଦ୍ରବ୍ୟ କାରବାର ବହୁଳ ଅଞ୍ଚଳ ମାନଙ୍କରେ ନିଷlଦ୍ରବ୍ୟ କ୍ଷତିକାରକ ବିଷୟରେ ଜନସଚେତନତା ସୃଷ୍ଟି କରିବା ଳ ବିଶେଷ କରି ସରକାରଙ୍କ ତରଫରୁ ଅନ୍ୟ ଚାଷ ଓ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଏହି ଅଞ୍ଚଳର ଲୋକମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉପରେ ଆଲୋଚନା କରାଯାଇଥିଲା l କୃଷି ବିଭାଗ ଓ ଉଦ୍ୟାନ ବିଭାଗ ତରଫରୁ ଗଂଜା ଚାଷ ବଦଳରେ ସେହି ଅଞ୍ଚଳର ଲୋକଙ୍କୁ ଫଳ, ମସଲା ଓ ଅନ୍ୟ ଅର୍ଥକାରୀ ଫସଲ ଚାଷ ପାଇଁ ପ୍ରବର୍ତ୍ତାଇବା ଓ ମଞ୍ଜି ଯୋଗାଇବା ଉପରେ ଜିଲ୍ଲାପାଳ ଶ୍ରୀ କୁଲକାର୍ଣ୍ଣି ଗୁରୁତ୍ୱ ଦେଇଥିଲେ |ଅବକାରୀ ବିଭାଗକୁ ସକ୍ରୀୟ ରହି ନିଶାଦ୍ରବ୍ୟ କାରବାର ରୋକିବା ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l ଆଜିର ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ସାହୁ,ଜିଲ୍ଲା କୃଷି ଅଧିକାରୀ ଏହେସନ ହୁସେନ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.