ପି.ଏମ୍.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବାଲୁଗାଁର ୭୭ତମ ପ୍ରତିଷ୍ଠା ଦିବସ ସମାରୋହ

ଓଡ଼ିଆ ବାର୍ତ୍ତା/ ବାଲୁଗାଁ:  ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ସ୍ଥିତ ପି.ଏମ୍.ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବାଲୁଗାଁର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ  ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଛନ୍ତି।ଦୀର୍ଘ ବର୍ଷ ଧରି ଏହି ବିଦ୍ୟାଳୟ ଅନେକ ଛାତ୍ରଛାତ୍ରୀଙ୍କୁ ଜ୍ଞାନ ଓ ସଂସ୍କାର ପ୍ରଦାନ କରି ସେମାନଙ୍କ ଜୀବନକୁ ଆଲୋକିତ କରିଛି।ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ସାଧୁବାଦ ଜଣାଇଛନ୍ତି। ଆଗାମୀ ଦିନରେ ବିଦ୍ୟାଳୟ ଆହୁରି ସୁନାମ ଅର୍ଜନ କରିବା ସହ ଛାତ୍ରଛାତ୍ରୀ ମାନେ ସମଗ୍ର ଦେଶରେ ସଫଳତା ହାସଲ କରି ରାଜ୍ୟ ତଥା ଆମ ଅଞ୍ଚଳ ପାଇଁ ଗୌରବ ଆଣିବେ ବୋଲି ମାନ୍ୟବର ମନ୍ତ୍ରୀ ଦୃଢ଼ ଆଶାବ୍ୟକ୍ତ କରିଛନ୍ତି।ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଓ ଅନ୍ୟ ଅତିଥି ମାନେ ବିଦ୍ୟାଳୟର ବାର୍ଷିକ ପରୀକ୍ଷାରେ ଉତ୍ତମ ନମ୍ବର ରଖିଥିବା ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଓଡ଼ିଶା ପୋଲିସ୍ ଦ୍ଵାରା ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର‌ ଅଧ୍ୟକ୍ଷା‌ ଶ୍ରୀମତୀ ସୁକାନ୍ତି ପାଇକରାୟ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଶିକ୍ଷାଧିକାରୀ ଶ୍ରୀ ଦ୍ବାରିକାନାଥ ବେହେରା, ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ସଭାପତି ଶ୍ରୀ ମୁରଲୀଧର ସାମନ୍ତସିଂହାର ବିଦ୍ୟାଳୟ ପରିଚ଼ାଳନା କମିଟିର ସଭାପତି ଶ୍ରୀ ବିଘ୍ନେଶ୍ୱର ପ୍ରଧାନ, ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସ୍ବାଧିନା ମଞ୍ଜରୀ ବେହେରାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.