ଭବାନୀପାଟଣା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଆୟୋଜିତ

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲୀ ଖାଁ): ସ୍ଥାନୀୟ ବ୍ରଜ ମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରୀ ଶବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭବାନୀପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ, ମୁଖ୍ୟ ବକ୍ତା ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ନିହାରୀକା ଦେବୀ,ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟାକ୍ଷା ପୁଷ୍ପାଞ୍ଜଳୀ ସାହୁ, ଆୟୋଜିତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର ଏବିଇଓ ତଥା ବିଆରସିସି ଜୟ କୁମାର ମାଝୀ, ଏବିଇଓ ହୃଷୀକେଶ ନାଏକ, ଏବିଇଓ ଜଗଦୀଶ ଚନ୍ଦ୍ର ମୁଣ୍ଡ, ଅବସରପ୍ରାପ୍ତ ଶିକ୍ଷକ ତଥା ବିଶିଷ୍ଟ ସମାଜସେବୀ ପ୍ରଭାସ ଚନ୍ଦ୍ର ମିଶ୍ର, ଅବସରପ୍ରାପ୍ତ ଶିକ୍ଷକ ତଥା କଳାକାର ରାଧେଶ୍ୟାମ ଦାସ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ବ୍ଲକ ଅନ୍ତର୍ଗତ ୧୮ଟି କ୍ଲଷ୍ଟରର ଛାତ୍ରଛାତ୍ରୀ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। । ଉଦଯାପନୀ ତଥା ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶୁଭ ଲକ୍ଷ୍ମୀ ନାୟକ, ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଯୋଗ ଦେଇ ପୁରସ୍କାର ବିତରଣ କରିଥିଲେ। ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସୁରଭିରେ ଯୋଗଦେବେ ବୋଲି ଜଣାପଡିଛି । ସିଆରସିସି ଭୁଜବଲ କେତକୀ ଓ ବୈକୁଣ୍ଠ ବେମାଲ ମଞ୍ଚ ପରିଚାଳନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଏବିଇଓ ତଥା ବିଆରସିସି ଜୟ କୁମାର ମାଝୀ । ଏଥିରେ ବିଇଓ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା, ସମସ୍ତ ସିଆରସିସି ତଥା ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.