ଓଡ଼ିଆ ବାର୍ତ୍ତା/ ଟିକ୍ରାପଡ଼ା (ରମାକାନ୍ତ ରାଜପଲିଆ): ସଇଁତଳା ବ୍ଲକ ଅନ୍ତର୍ଗତ ଟିକ୍ରାପଡ଼ା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଉଚ୍ଚ ବିଦ୍ୟାଳୟ ସମୂହର ବ୍ଲକ ସ୍ତରୀୟ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଭୀମସେନ ଦେହେରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ଶିକ୍ଷକ ଚନ୍ଦ୍ରମଣି ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହାକୁ ଉଦ୍ଘାଟନ କରିଥିଲେ । କଁସର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଘନଶ୍ୟାମ ଦଣ୍ଡସେନା, ଧରପଗଡ଼ ହାଇସ୍କୁଲର ପ୍ରଧାନ ଶିକ୍ଷକ ନୀଳମଣି ମେହେର, କରମତଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦ୍ବୀତିକୃଷ୍ଣ ପ୍ରଧାନ, ବିଇଓ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଅର୍ଜୁନ ପାଣିଗ୍ରାହୀ, ସାମ୍ବାଦିକ ପ୍ରମୋଦ ସେଲମା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ । ଶେଷରେ ବ୍ଲକ କ୍ରୀଡା ସଭାପତି ରଞ୍ଜିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ | ଏହି ଅବସରରେ ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ଆସିଥିବା ଛାତ୍ର କ୍ରିକେଟ ଖେଳରେ ଅଂଶଗ୍ରହଣ କରି ନିଜ ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |





