ମହାବୀର ମହୋତ୍ସବର ଷଷ୍ଠ ସାନ୍ଧ୍ୟ ଅଧିବେଶନ 

ଓଡ଼ିଆ ବାର୍ତ୍ତା/ ଭବାନୀପାଟଣା (ଅଲତାଫ ଅଲ୍ଲୀ ଖାଁ): ମହାବୀର ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଆୟୋଜିତ ୬୧ତମ ମହାବୀର ମହୋତ୍ସବର ଷଷ୍ଠ ସାନ୍ଧ୍ୟା ଅଧିବେଶନ ଏକ ମନୋରମ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶାରୀରିକ କ୍ରୀଡ଼ା ଅଧିକାରୀ ରୂପସିଂ ରାଉତ, ଅନୁଷ୍ଠାନର ପୂର୍ବତନ ସଭାପତି ଜୟନ୍ତ କୁମାର ବେହେରା, ଅନୁଷ୍ଠାନର ସଭାପତି ଶାନ୍ତନୁ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ମହାବୀର ସାଂସ୍କୃତିକ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଭବେନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଧାରଣ ସଂପାଦକ ସତ୍ୟନାରାୟଣ ସିଂହ ସ୍ୱାଗତ ଅଭିଭାଷଣ ଦେଇଥିବାବେଳେ ଯୁଗ୍ମ ସଂପାଦକ ସଞ୍ଜୀବ କୁମାର ସିଂହ ସଭା ପରିଚାଳନା ଓ ଉପସଭାପତି ସଞ୍ଜୟ କୁମାର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ସେହିପରି ଚିତ୍ରକଳା କ୍ଷେତ୍ରରେ ମନୋଜ କୁମାର ରାଉତ, ମଞ୍ଚକଳା କ୍ଷେତ୍ରରେ କାହ୍ନୁଚରଣ ଗଉଡ଼ଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ସିର୍ଲିଗୁଡ଼ାର ଘୁମୁରା ନୃତ୍ୟ, ସକ୍ଷମ ଏକାଡେମୀ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା। ଏହାପରେ ପରେ ସମୁହ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.