ପ୍ରଗତି ଶିକ୍ଷାନୁଷ୍ଠାନରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସହର ଉପକଣ୍ଠସ୍ଥ ପ୍ରଗତି ଶିକ୍ଷାନୁଷ୍ଠାନରେ ଅନୁଷ୍ଠିତ କଳାହାଣ୍ଡି ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ୨୦୨୫ ସଚେତନତା ସମ୍ବନ୍ଧୀୟ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପ୍ରଗତି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶେଷଦେଵ ମୁଣ୍ଡଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ସାଇବର ସେଲ ବିଶେଷଜ୍ଞ ଇନ୍ସପେକ୍ଟର ଚନ୍ଦନ କୁମାର ସାହୁ, ଭବାନୀପାଟଣା ସଦର ଏସ.ଆଇ ବିନୟ ବରାହ, ବିପିନ କିଶୋର ଜରିଆ, ସୋନୁ କଳ୍ପ ପ୍ରମୁଖ ଯୋଗଦାନ କରିଥିଲେ । ଏହି ଅବସରରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କୁ କିଭଳି ଭାବରେ ସାଇବର ଅପରାଧ, ଅନ୍‌ଲାଇନ ଠକେଇ ଭଳି ଅପରାଧର ଶିକାର ହେବାକୁ ପଡ଼ୁଛି ସେ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ସହିତ କିଭଳି ଭାବରେ ଏଭଳି ଠକାମିରୁ ନିଜକୁ ବଞ୍ଚେଇ ପିରିବେ ସେ ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଗତି ଶିକ୍ଷାନୁଷ୍ଠାନର ସମସ୍ତ କର୍ମକର୍ତ୍ତା ତଥା ଶହେରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗଦାନ କରି କାର୍ଯ୍ୟକ୍ରମଟିକୁ ସାଫଲ୍ୟମଣ୍ଡିତ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.