ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଲମପୁର (ଭୋଜରାଜ ଛତ୍ରିଆ): କଲମପୁର ବ୍ଲକ ଅନ୍ତର୍ଗତ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଏବଂ ଇକୋ କ୍ଲବ ତିନୋଟି କାର୍ଯ୍ୟକ୍ରମ ଶୁକ୍ରବାର ମହାଡ଼ମ୍ବରରେ ଅନୁଷ୍ଠିତ ହୋଇଥିଲା l କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଡ଼ିଓ ବିଜୟ କୁମାର ମାଡାଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, କାର୍ଯ୍ୟକ୍ରମ ପରିଚାଳନା ସଭାପତି ତଥା କଲମପୁର ଦୁର୍ଗା ମାଧବ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶ୍ୱିନ କୁମାର ମୁଣ୍ଡ, ବିଆର୍‌ସିସି କୁଳମଣି ମାଝୀ, ମଣ୍ଡଳ ସରପଞ୍ଚ ତ୍ରୟମ୍ବକ ଭୋଇ, ପ୍ରଧାନ ଶିକ୍ଷକ ରଂଜିତ କୁମାର ମେହେର, ବିଦ୍ୟାଳୟ ପରିଚାଳନା ସଭାପତି ସଞ୍ଜୟ ସାହୁ, ପୂର୍ବତନ ପ୍ରଧାନ ଶିକ୍ଷକ ତୃପ୍ତି ରଞ୍ଜନ ରାଉତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିଶୁ ଏବଂ ଯୁବ ବୈଜ୍ଞାନିକ ମାନଙ୍କୁ ବିଜ୍ଞାନ କଳା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ l ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିଶୁ ଏବଂ ଯୁବ ବୈଜ୍ଞାନିକ ମାନଙ୍କ ଦ୍ୱାରା ୧୨୭ଟି ପ୍ରକଳ୍ପ ପ୍ରଦର୍ଶନ କରାଯାଇଥିଲା । ଉଦଯାପନୀ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ମୁଖ୍ୟ ଅତିଥି, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ମୁଖ୍ୟବକ୍ତା, ସମ୍ମାନିତ ଅତିଥି ଭାବେ ଡିପିଇଓ ରୂପସୀଙ୍ଗ ରାଉତ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତାପ କିଶୋର ପଣ୍ଡା, ନୃସିଂହ ପଣ୍ଡା ପ୍ରମୁଖ ମଞ୍ଚାସୀନ ହୋଇ ନିଜ ନିଜ ଅଭିଭାଷଣ ପ୍ରଦାନ କରିବା ସହ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଶିକ୍ଷକ ଅନିଲ କୁମାର ମାଝୀ ଏବଂ ନବଘନ ସାହୁ ମଞ୍ଚ ପରିଚାଳନା କରିଥିଲେ । ବିଚାରପତି ଭାବେ ଜଗଦିଶ ସାହୁ, ଚନ୍ଦ୍ରହାସ୍ୟ ମେହେର, ଶକ୍ତିପ୍ରସାଦ ମେହେର, ବିଭୂରଞ୍ଜନ ସରାଫ, ମନୋଜ କୁମାର ପଣ୍ଡା, ନିରଞ୍ଜନ ମୁଦୁଲି, ଶୁଭେନ୍ଦୁ କୁମାର ପଣ୍ଡା ଦାୟିତ୍ୱ ନିର୍ବାହ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଏବଂ କର୍ମଚାରୀମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.