ବାଲୁଗାଁ ଠାରୁ ବାଣପୁର ପର୍ଯ୍ୟନ୍ତ ଏକତା ପଦଯାତ୍ରା: ସାମିଲ ହେଲେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦ

ଓଡ଼ିଆ ବାର୍ତ୍ତା/ ବାଣପୁର: ରାଷ୍ଟ୍ରୀୟ ଏକତା ଓ ଅଖଣ୍ଡତାର ସୂତ୍ରଧର ତଥା ମହାନ୍ ସ୍ଵାଧୀନତା ସଂଗ୍ରାମୀ ‘ଭାରତ ରତ୍ନ’ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରୁ ବାଣପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ “ଏକତା ପଦଯାତ୍ରା”ରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଓ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର ସାମିଲ୍ ହୋଇଥିଲେ। ଏହି ପଦଯାତ୍ରା କାର୍ଯ୍ୟକ୍ରମରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଶ୍ରୀ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ବେହେରା, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀ ମିଟୁ ନାୟକ, ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ କିଶୋର କୁମାର ପଣ୍ଡା, ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ସୋନାମିକା ରାୟ,ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବିଡିଓ ଶ୍ରୀ ବିକାଶ କୁମାର ମହାନ୍ତି, ଚ଼ିଲିକା ବ୍ଲକ ବିଡିଓ ସୁଶ୍ରୀ ପୁନମ ମହାପାତ୍ର, ସ୍ଥାନୀୟ ଜନ ପ୍ରତିନିଧି ଗଣ, ବୁଦ୍ଧିଜୀବୀ ଗଣ, ସ୍ଥାନୀୟ ଜନସାଧାରଣ ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.