ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ପାଳିତ ହେଲା ସମ୍ବିଧାନ ଦିବସ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ବିଧାନ ପ୍ରଣେତା ବାବାସାହେବ ଡ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ପୂର୍ଣ୍ଣାଙ୍ଗ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହିତ ସମ୍ବିଧାନର ଗାଥା ଓ ଗାରିମା ସମ୍ପର୍କରେ ଆଲୋକପାତ କରିଥିଲେ। ଅଲ ଓଡ଼ିଶା ସିଡ୍ୟୁଲଡ କାଷ୍ଟ ଫେଡେରେସନ ଲାଞ୍ଜିଗଡ଼ ବ୍ଲକ ଶାଖାର କାର୍ଯ୍ୟକାରୀ ସଭାପତି ହରିହର କୁମାରଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଆମ୍ବେଦକର ପ୍ରେମୀ ଉପସ୍ଥିତ ଥିଲେ। ସେହିପରି ପାଣିମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ତପନ କୁମାର ଭୋଇ ଭାରତୀୟ ଗଣତନ୍ତ୍ରର ମହାଗ୍ରନ୍ଥ ସମ୍ବିଧାନ ସମ୍ପର୍କରେ ସାରଗର୍ଭକ ବକ୍ତବ୍ୟ ରଖିଥିଲେ। ଏଥିରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ସେହିପରି ଲାଞ୍ଜିଗଡ଼ ରୋଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସରପଞ୍ଚ ମମତା ଶବର, ପଞ୍ଚାୟତ ନିର୍ବାହୀ ଅଧିକାରୀ ଡମ୍ବରୁଧର ସେନାପତିଙ୍କ ସହିତ ୱାର୍ଡ ସଭ୍ୟ, ସଭ୍ୟା ଓ ଜନସାଧାରଣ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.