ଟିକ୍ରାପଡ଼ା ଶିଶୁ ସୈନିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉଦ୍ଘାଟିତ

ଓଡ଼ିଆ ବାର୍ତ୍ତା/ ଟିକ୍ରାପଡ଼ା (ରମାକାନ୍ତ ରାଜପଲିଆ): ସଇଁନ୍ତଳା ବ୍ଲକ ଟିକ୍ରାପଡ଼ା ଶିଶୁ ସୈନିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି | ଅଧ୍ୟକ୍ଷ ଚନ୍ଦ୍ରମଣି ରାଜପଲିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ଟିଟିଲାଗଡ଼ ବିଧାୟକଙ୍କ ପ୍ରତିନିଧି ମୋହନ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହାକୁ ଉଦ୍ଘାଟନ କରିଥିଲେ | ସାମ୍ବାଦିକ ରମାକାନ୍ତ ରାଜପଲିଆ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ | ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା | ତିନୋଟି ବର୍ଗରେ ବିଭକ୍ତ ହୋଇ କେଜି ୱାନରୁ ଅଷ୍ଟମ ଶ୍ରେଣୀ ଯାଏ ଛାତ୍ରଛାତ୍ରୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ | ଶିକ୍ଷୟିତ୍ରୀ ବୈଜୟନ୍ତୀ ମହାକୁର, ଲକ୍ଷ୍ମୀ ନାଗ, ବନ୍ଦନା ରଣା, ସାବିତ୍ରୀ ରାଜପଲିଆ, ସଙ୍ଗୀତା ବାଗ, ଶିକ୍ଷକ ଦିଲ୍ଲୀପ ମିର୍ଦ୍ଧା, ପ୍ରହ୍ଲାଦ ସିନ୍ଧ୍ରୀଆ ବିଭିନ୍ନ ପ୍ରତିଯୋଗିତା ପରିଚାଳନା କରିଥିଲେ | ଶେଷରେ ପୂର୍ବତନ ଛାତ୍ର ଅଶୋକ ରାଜପଲିଆ ଧନ୍ୟବାଦ ଅର୍ପଣ କରିଥିଲେ | ସତ୍ୟବାନ ପ୍ରଧାନୀ, ଆଶୁତୋଷ ରାଜପଲିଆଙ୍କ ସମେତ ବହୁ ଅଭିଭାବକ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.