ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ବନ୍ଧୁକ ସମେତ ଅନେକ ମାଓ ସାମଗ୍ରୀ ଜବତ

ଓଡ଼ିଆ ବାର୍ତ୍ତା/ ବାଲିଗୁଡ଼ା (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲ୍ଲା ବେଲଘର-କୋଟଗଡ଼ ଥାନା ସିମାନ୍ତରେ ମାଓ ଗତିବିଧି ଦେଖାଦେଇଛି । ଏସ୍ଓଜି ଏବଂ ସିଆରପିଏଫ୍ ଜବାନଙ୍କ ମିଳିତ କୁମ୍ବିଂ ଅପରେସନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ ହେବା ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ଜଣାପଡ଼ିଛି । କିଛି ସମୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ପରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ ବି ଏସ୍ଓଜି ଓ ସିଆରପିଏଫ୍ ଜବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି । ସମ୍ପୃକ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ ମାଓ କ୍ୟାମ୍ପ ଠାବ କରିବା ସହ ସେଠାରୁ ଗୋଟିଏ ବନ୍ଧୁକ ସମେତ, ଖାଇବା ସାମଗ୍ରୀ ଏବଂ ଅନେକ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.