ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

ଓଡ଼ିଆ ବାର୍ତ୍ତା/ ଖୋର୍ଦ୍ଧା: ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ମହାବିଦ୍ୟାଳୟ ପକ୍ଷରୁ ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ବରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଥିଲା। ସଭା ପ୍ରାରମ୍ଭରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ବୃନ୍ଦ ଓ କର୍ମଚାରୀ ଗଣ ତାଙ୍କ ଅମର ଆତ୍ମାର ସଦଗତି କାମନା ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ। ଏହାପରେ ମହାବିଦ୍ୟାଳୟକୁ ଶିକ୍ଷା ଓ ଅନ୍ୟାନ୍ୟ କ୍ଷେତ୍ରରେ ଉନ୍ନତି କରିବାରେ ମେଜର ବି.କେ ନରେନ୍ଦ୍ରଙ୍କ ଅନବଦ୍ୟ ଅବଦାନ ରହିଥିଲା ଏବଂ ତାଙ୍କର ଦାୟିତ୍ବବୋଧତା, ସମୟାନୁବର୍ତ୍ତିତା, କର୍ତ୍ତବ୍ୟନିଷ୍ଠ ଫଳରେ ସେ ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ମାନଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିଥିଲେ। ଯୁକ୍ତ ଦୁଇ ଅଧ୍ୟକ୍ଷ ଶ୍ରୀ ସୁବାସ ଶ୍ରୀଚନ୍ଦନ‌, ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ଃ କୈଳାସ ଚନ୍ଦ୍ର ମହାରଣା, ପ୍ରତିଷ୍ଠାନ‌ ଅଧିକାରୀ ଶ୍ରୀ ସୁଧାକର ନାୟକ ପ୍ରମୁଖ ମେଜର ବି.କେ. ନରେନ୍ଦ୍ରଙ୍କ ଅବର୍ତ୍ତମାନରେ ତାଙ୍କ କର୍ମମୟ ଜୀବନ ସମ୍ପର୍କରେ ମତବ୍ୟକ୍ତ କରି ସ୍ମୃତିଚ଼ାରଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.