ଯୁବ ରେଡକ୍ରସର ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ମାଁ ମାଣିକେଶ୍ବରୀ ବିଶ୍ବ ବିଦ୍ୟାଳୟ ଠାରେ ଯୁବ ରେଡକ୍ରସ୍ ଓଡିଶା ରାଜ୍ୟ ଶାଖା ତରଫରୁ ତ୍ରି-ଦିବସୀୟ ଅଣ ତାଲିମ ପ୍ରାପ୍ତ ଯୁବ ରେଡକ୍ରସ୍ ପରାମର୍ଶଦାତା ମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ୫୦ଜଣ ଯୁବ ରେଡକ୍ରସ୍ ପରାମର୍ଶଦାତା ମାନଙ୍କ ପାଇଁ ଆୟୋଜିତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶ୍ବ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥ, ମୁଖ୍ୟ ବକ୍ତା ଭାବେ ରାଜ୍ୟ ଯୁବ ରେଡକ୍ରସ୍ ସଂଯୋଜକ ଗୋପାଳ କୃଷ୍ଣ ମିଶ୍ର, ସମ୍ମାନିତ ଅତିଥି ଭାବେ ବିଶ୍ବ ବିଦ୍ୟାଳୟର ଉପ କୁଳସଚିବ ମେଜର ଡ. ଜୟଦେବ ସାହୁ ଯୋଗଦେଇ ପ୍ରଶିକ୍ଷଣ ଦକ୍ଷତା ଓ ଆତ୍ମବିଶ୍ଵାସ ବୃଦ୍ଧି କରିବାରେ ସହାୟକ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ। ଜିଲ୍ଲା ଯୁବ ରେଡକ୍ରସ୍ ଆବାହକ ସଂପାଦକ ସଂଜିବ କୁମାର ସାହୁ ସ୍ବାଗତ ଅଭିଭାଷଣ, ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ପ୍ରଶିକ୍ଷଣର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଯୁବ ରେଡକ୍ରସ୍ ପରାମର୍ଶଦାତା ମୋହନ ଚରଣ ବିଷି ସଭା ସଂଯୋଜନା କରିଥିବା ବେଳେ ସୁଧିର କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ରେଡକ୍ରସର ଇତିହାସ, ରକ୍ତଦାନର ମହତ୍ତ୍ୱ, ସାଇବର ସୁରକ୍ଷା, ସଡ଼କ ସୁରକ୍ଷା, ପ୍ରାଥମିକ ସହାୟତା, ବ୍ୟକ୍ତିତ୍ବର ବିକାଶ, ଏଚ ଆଇ ଭି ଏଡସ୍, ପୋସ ଆକ୍ଟ ଇତ୍ୟାଦି ବିଷୟରେ ପ୍ରସଙ୍ଗରେ ପ୍ରଶିକ୍ଷଣ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ପରିଚାଳନାରେ ପରାମର୍ଶଦାତା ଡ. ନୃସିଂହାନନ୍ଦ ସାସମଲ ତଥା ବିଶ୍ବ ବିଦ୍ୟାଳୟର ଯୁବ ରେଡକ୍ରସ୍ ସ୍ବେଚ୍ଛାସେବୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.